ଆସନ୍ତା କାଲି ଠାରୁ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ତାତି ରୁ ମିଳିବ ସାମୟିକ ମୁକ୍ତି I ପଶ୍ଚିମା ଝଡ଼ ପ୍ରଭାବରେ ଆଭ୍ୟନ୍ତରଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି I ଆସନ୍ତା କାଲି ଠାରୁ ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ରୁ ମାଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି I ସୂଚନାନୁସାରେ,୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର […]

ଆସନ୍ତା କାଲି ଠାରୁ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା
ଆସନ୍ତା କାଲି ଠାରୁ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ତାତି ରୁ ମିଳିବ ସାମୟିକ ମୁକ୍ତି I ପଶ୍ଚିମା ଝଡ଼ ପ୍ରଭାବରେ ଆଭ୍ୟନ୍ତରଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି I ଆସନ୍ତା କାଲି ଠାରୁ ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ରୁ ମାଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି I

ସୂଚନାନୁସାରେ,୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲାରେ ପାଗ ଶୁଖିଲା ରହିବ।

୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ୧୬ ତାରିଖ ସକାଳ ସାଢେ ୮ଟାରୁ ୧୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଏବଂ ୧୭ ତାରିଖ ସକାଳ ସାଢେ ୮ଟାରୁ ୧୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ,ଯାଜପୁର ଓ କେନ୍ଦ୍ରାପଡା ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।

ସେହିପରି ୧୮-୧୯ ତାରିଖରେ ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ କିଛି ସ୍ଥାନରେ କୁଆ ପଥର ବୃଷ୍ଟି ହେବାର ସମ୍ଭାବନା ରହିଛି I ବର୍ତ୍ତମାନ ରାଜ୍ୟରେ ବାୟୁ ଚଳାଚଳରେ ଅସଙ୍ଗତି ଦେଖା ଦେଇଛି I ସେହିପରି ଉତ୍ତର ଓଡିଶାକୁ ଉତ୍ତର-ପଶ୍ଚିମ ଓଡିଶାରୁ ଥଣ୍ଡା ପବନ ଆସୁଛି I ସେଥିପାଇଁ ଉତ୍ତର ଓଡ଼ିଶାରେ ତାପମାତ୍ରା କମ ରହିଥିଲେ ମଧ୍ୟ ଦିନବେଳା ଗୁଳୁଗୁଳି ଅନୁଭୂତ ହେଉଛି ଇ ତେବେ ୧୯ ତାରିଖ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦିନର ତାପମାତ୍ରା ୩ ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି I