ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି, ଏଣିକି ମାସିକ ମିଳିବ ୨୦,୦୦୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ […]

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି, ଏଣିକି ମାସିକ ମିଳିବ ୨୦,୦୦୦ ଟଙ୍କା
teacher

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ ଯେ, 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।